Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 16:2 - ଓଡିଆ ବାଇବେଲ

2 ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;

Gade chapit la Kopi

ପବିତ୍ର ବାଇବଲ

2 ଏହା ପରେ ଏହାର ସୀମା ବୈଥେ‌ଲ୍‌ଠାରୁ (ଲୁସ) ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା।

Gade chapit la Kopi




ଯିହୋଶୂୟ 16:2
8 Referans Kwoze  

ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।


ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।


ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ !”


ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।


ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍‍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;


ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା।


Swiv nou:

Piblisite


Piblisite