Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:11 - ଓଡିଆ ବାଇବେଲ

11 ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।

Gade chapit la Kopi

ପବିତ୍ର ବାଇବଲ

11 ଇଷାଖର ଓ ଆଶେର ମଧ୍ୟରେ ବୈ‌ଥ୍‌ଶାନ୍ ଓ ତହିଁର ଉପନଗର ଯିବଲିୟମ ଓ ତା'ର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ ଐ‌ନ୍‌ଦୋର ଓ ତହିଁର ଉପନଗର ନିବାସୀଗଣ ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲେ।

Gade chapit la Kopi




ଯିହୋଶୂୟ 17:11
22 Referans Kwoze  

ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।


ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍‍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।


ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।


ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।


ଦୋର ଉପ-ପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ;


ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।


ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।


ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।


ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।


ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,


ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ।


ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖ ନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।


ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍‍ ଓ ତଳିଭୂମି ସହିତ ବିଲୀୟମ୍‍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।


ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।


ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।


ତାନକ୍‍ର ରାଜା, ଏକ; ମଗିଦ୍ଦୋର ରାଜା, ଏକ;


ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।


ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳ ଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହରଥ ଅଛି।


ସେତେବେଳେ ଦାଉଦ ଯାଇ ଯାବେଶ୍‍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍‍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।


ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ,” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite