Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:15 - ଓଡିଆ ବାଇବେଲ

15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁପ୍ରଜ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପିରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଂକୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।”

Gade chapit la Kopi

ପବିତ୍ର ବାଇବଲ

15 ଯିହୋଶୂୟ ସେମାନଙ୍କୁ ଉତ୍ତର ଦେଇ କହିଲେ, “ଯଦି ତୁମ୍ଭେ ବହୁତ ଲୋକ ଅଛ, ତେବେ ତୁମ୍ଭେ ପର୍ବତମୟ ବଣ ଅଞ୍ଚଳକୁ ଯାଅ। ଏବଂ ବଣ ସଫା କରି ତାକୁ ବାସପଯୋଗୀ କର। ବର୍ତ୍ତମାନ ସେ ଭୂମି ପିରିଷୀୟ ଏବଂ ରଫାୟୀୟ ଲୋକମାନଙ୍କ ଅଧୀନରେ ଅଛି। ଯଦି ଇଫ୍ରୟିମର ପାର୍ବତ୍ୟ ଅଞ୍ଚଳ ତୁମ୍ଭକୁ କମ୍ ହେଉଛି, ତେବେ ତୁମ୍ଭେ ଯାଅ ଏବଂ ସେ ଭୂମିକୁ ନିଜ ଅଧୀନକୁ ନିଅ।”

Gade chapit la Kopi




ଯିହୋଶୂୟ 17:15
12 Referans Kwoze  

ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,


ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।


ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ । ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ ।


ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।


ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ


ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।


ହିତ୍ତୀୟ, ପରିଷୀୟ, ରଫାୟୀୟ,


ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।


ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳ ଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହରଥ ଅଛି।


ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।


ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।


Swiv nou:

Piblisite


Piblisite