Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:18 - ଓଡିଆ ବାଇବେଲ

18 ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ; ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେ ହେଁ ଓ ସେମାନେ ପରାକ୍ରା; ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହ ରଥ ଥିଲେ ହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ।”

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେମାନେ ସେହି ପର୍ବତମୟ ଦେଶକୁ ନେବ। ଏହା ଏକ ଜଙ୍ଗଲ, କିନ୍ତୁ ତୁମ୍ଭେମାନେ ଏଠାରେ ବୃକ୍ଷ ସଫା କରି ପାରିବ। ଏବଂ ଏହାକୁ ଏକ ସୁନ୍ଦର ବାସପୋଯୋଗୀ କରି ପାରିବ। ଏବଂ ତୁମ୍ଭେ ଏହାର ମାଲିକାନା ପାଇବ। ତୁମ୍ଭେମାନେ ବଳପୂର୍ବକ କିଣାନୀୟ ଲୋକମାନଙ୍କୁ ସେଠାରୁ ତଡ଼ି ଦିଅ। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରି ପାରିବ ଯଦିଓ ସେମାନେ ଶକ୍ତିଶାଳୀ ଓ ସେମାନଙ୍କ ପାଖରେ ବହୁତ ଅସ୍ତ୍ରଶସ୍ତ୍ର ଅଛି।”

Gade chapit la Kopi




ଯିହୋଶୂୟ 17:18
18 Referans Kwoze  

ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ?


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ ।


ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।


ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।


ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ।


ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;


ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।


ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),


ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।


Swiv nou:

Piblisite


Piblisite