Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:7 - ଓଡିଆ ବାଇବେଲ

7 ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମନଃଶିର ସୀମା ଆଶେର୍ଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।

Gade chapit la Kopi

ପବିତ୍ର ବାଇବଲ

7 ମନଃଶିର ଅଞ୍ଚଳ ଥିଲା ଆଶେର ଓ ମି‌କ୍‌ମଥତ୍ ମଧ୍ୟବର୍ତ୍ତୀ, ଏହା ଥିଲା ଶିଖିମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରୁ ଐନ୍ନ-ତପୂହନିବାସୀମାନଙ୍କ ନିକଟବର୍ତ୍ତୀ ଥିଲା।

Gade chapit la Kopi




ଯିହୋଶୂୟ 17:7
15 Referans Kwoze  

ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,


ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍‍; ତଳିଭୂମି ସହିତ ଗେଷର୍‍;


ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି, ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ।


ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।


ଏଥି ଉତ୍ତାରୁ ଯିରୁବ୍ବାଲ୍‍ର ପୁତ୍ର ଅବୀମେଲକ୍‍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;


ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମ୍‍ସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।


ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।


ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।


ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋ’ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।


ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ


ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।


କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।


ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।


ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା।


Swiv nou:

Piblisite


Piblisite