Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:6 - ଓଡିଆ ବାଇବେଲ

6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ତୁମ୍ଭେ ନିଶ୍ଚିତ ସାତ ଭାଗ କରି ଏକ ନ‌କ୍‌ସା ଅଙ୍କନ କରିବ। ତେବେ ତାହା ମୋତେ ଦେବ ଏବଂ ମୁଁ ସଦାପ୍ରଭୁ ପରମେଶ୍ୱରଙ୍କ ଉପସ୍ଥିତିରେ ଗୁଲିବାଣ୍ଟ ଦ୍ୱାରା ଭାଗ କରିବି। ସେ ନିଷ୍ପତ୍ତି କରିବେ କିଏ କେଉଁ ଭାଗ ପାଇବ।

Gade chapit la Kopi




ଯିହୋଶୂୟ 18:6
11 Referans Kwoze  

ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ଦେଲେ।


ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।


ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ସେମାନଙ୍କ ଦେଶ ଅଧିକାରସ୍ୱରୂପେ ଦେଲେ ।


ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।


ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।


ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।


ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।


ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।


ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।


କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।


Swiv nou:

Piblisite


Piblisite