Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:19 - ଓଡିଆ ବାଇବେଲ

19 ତହିଁରେ ଯେକେହି ତୁମ୍ଭ ଗୃହ ଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ଯେକେହି ତୁମ୍ଭ ଗୃହ-ଦ୍ଵାରରୁ ବାହାରି ଦାଣ୍ତକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯେବେ କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ଯେକେହି ତୁମ୍ଭ ଗୃହଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ

19 ଆମ୍ଭେ ସମସ୍ତଙ୍କୁ ସୁରକ୍ଷା ଦେବୁ, ଯେଉଁମାନେ କି ତୁମ୍ଭ ନିକଟରେ ଥିବେ। ଯଦି ତୁମ୍ଭ ସ୍ୱଗୃହରେ କେହି ଆଘାତ ପାଏ। ସେଥିପାଇଁ ଆମ୍ଭେ ଦାୟୀ ରହିବୁ। ଯଦି କୌଣସି ଲୋକ ତୁମ୍ଭର ଗୃହ ବାହାରକୁ ଯାଏ, ତାକୁ ହୁଏତ ହତ୍ୟା କରାଯିବ। ଆମ୍ଭେମାନେ ସେ ଲୋକର ମୃତ୍ୟୁ ପାଇଁ ଦାୟୀ ହେବୁ ନାହିଁ। ଏହା ତା'ର ନିଜର ଭୁଲ ହେବ।

Gade chapit la Kopi




ଯିହୋଶୂୟ 2:19
23 Referans Kwoze  

ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।


କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।


ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।


ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।


ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି ।


ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;


ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।


ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”


ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”


ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।


ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।


ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।


ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।


ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।


ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।


Swiv nou:

Piblisite


Piblisite