Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:5 - ଓଡିଆ ବାଇବେଲ

5 ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ଵାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ବେଗେ ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।”

Gade chapit la Kopi

ପବିତ୍ର ବାଇବଲ

5 ସନ୍ଧ୍ୟା ସମୟରେ ଯେତେବେଳେ ଆମ୍ଭର ଫାଟକ ବନ୍ଦ କରିବା ସମୟ ହେଲା, ସେହି ଲୋକମାନେ ଏ ସ୍ଥାନ ପରିତ୍ୟାଗ କରି ଗ୍ଭଲିଗଲେ। ମୁଁ ଜାଣେ ନାହିଁ ସେମାନେ କେଉଁଠାକୁ ଗଲେ। କିନ୍ତୁ ତୁମ୍ଭେ ଯଦି ଶୀଘ୍ର ସେମାନଙ୍କୁ ଅନୁଧାବନ କର, ତେବେ ତୁମ୍ଭେ ସେମାନଙ୍କୁ ନିଶ୍ଚୟ ଧରି ପାରିବ।”

Gade chapit la Kopi




ଯିହୋଶୂୟ 2:5
11 Referans Kwoze  

ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ ।


ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।


ସଦାପ୍ରଭୁ କହନ୍ତି, “ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।”


ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।


ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମଦିନ କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।


ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ।


ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋ’ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।


ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।


ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, ସେ ପୀଡ଼ିତ ଅଛନ୍ତି।


Swiv nou:

Piblisite


Piblisite