Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:21 - ଓଡିଆ ବାଇବେଲ

21 ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,

Gade chapit la Kopi

ପବିତ୍ର ବାଇବଲ

21 ଇଫ୍ରୟିମ ପର୍ବତମୟ ଦେଶରୁ ଶିଖିମି, ଗେଷର ସହର ସେମାନଙ୍କୁ ଦିଆଗଲା। ଶିଖିମ ଏକ ନିରାପଦ ସହର ଥିଲା।

Gade chapit la Kopi




ଯିହୋଶୂୟ 21:21
11 Referans Kwoze  

ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।


ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍‍; ତଳିଭୂମି ସହିତ ଗେଷର୍‍;


ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।


ଏଥି ଉତ୍ତାରୁ ଯିରୁବ୍ବାଲ୍‍ର ପୁତ୍ର ଅବୀମେଲକ୍‍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;


ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।


ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।


କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।


ସେ ସମୟରେ ଗେଷର୍‍ର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।


ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।


Swiv nou:

Piblisite


Piblisite