Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:11 - ଓଡିଆ ବାଇବେଲ

11 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ-ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ଵରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ଇସ୍ରାଏଲର ଅବଶିଷ୍ଟ ଲୋକ ଯେଉଁମାନେ କି ତଥାପି ଶିଲୋରେ ରହିଥିଲେ। ସେମାନେ ସେ ଯଜ୍ଞବେଦି କଥା ଶୁଣିବାକୁ ପାଇଲେ ଯେ, ଏହି ବଂଶଧରମାନେ ତାକୁ ନିର୍ମାଣ କରିଛନ୍ତି ବୋଲି। ସେମାନେ ମଧ୍ୟ ଏହି ଯଜ୍ଞବେଦିଟି କିଣାନୀୟ ଦେଶର ସୀମା ଅନ୍ତର୍ଗତ ଗିଲିୟଦଠାରେ କରାଯାଇଛି, ଶୁଣିବାକୁ ପାଇଲେ। ଏହା ଯର୍ଦ୍ଦନ ପାଖସ୍ଥ ଇସ୍ରାଏଲ ସନ୍ତାନଗଣଙ୍କ ଅଧିକୃତ ପାର୍ଶ୍ୱରେ ଥିଲା।

Gade chapit la Kopi




ଯିହୋଶୂୟ 22:11
13 Referans Kwoze  

ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା ।


ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ।


ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।


ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‍ଦଲୀନୀ ମରିୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ ।


ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ ? ଯେବେ ସେ କହିଲା, ନା;


ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।


“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କ’ଣ ?


ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


Swiv nou:

Piblisite


Piblisite