Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:18 - ଓଡିଆ ବାଇବେଲ

18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କ୍ରୋଧ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।

Gade chapit la Kopi

ପବିତ୍ର ବାଇବଲ

18 ବର୍ତ୍ତମାନ ତୁମ୍ଭେମାନେ ଠିକ୍ ସେହି ପାପ କରୁଛ! ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧାଚରଣ କଲ। ତୁମ୍ଭେମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେମାନେ ଏପରି ବ୍ୟବହାର କାହିଁକି ଦେଖାଉଛ? ଏଥିପାଇଁ ସଦାପ୍ରଭୁ ସମଗ୍ର ଇସ୍ରାଏଲ ସନ୍ତାନଗଣଙ୍କ ଉପରେ କ୍ରୋଧିତ ହେବେ।

Gade chapit la Kopi




ଯିହୋଶୂୟ 22:18
20 Referans Kwoze  

ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”


“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କ’ଣ ?


ପୁଣି, ଯୋଶୀୟ ଇସ୍ରାଏଲ ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।


ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।


ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।


ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।


କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।


ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;


ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”


ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;


ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;


ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ ?”


ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ’ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।


ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।


କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


Swiv nou:

Piblisite


Piblisite