Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 23:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ଇସ୍ରାଏଲବାସୀଙ୍କୁ ତାଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଶତ୍ରୁଙ୍କଠାରୁ ଶାନ୍ତି ପ୍ରଦାନ କଲେ। ଇସ୍ରାଏଲଙ୍କୁ ନିରାପତ୍ତା ଦେଲେ। ଏହିପରି ବହୁତ ଦିନପରେ ଯିହୋଶୂୟ ବୃଦ୍ଧ ହୋଇଗଲେ।

Gade chapit la Kopi




ଯିହୋଶୂୟ 23:1
15 Referans Kwoze  

ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।


ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।


ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।


ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ।”


ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।


ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।”


ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।


ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।


କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,


ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।


ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।


ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।


ଏହିରୂପେ ଯିହୋଶାଫଟ୍‍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।


Swiv nou:

Piblisite


Piblisite