Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:19 - ଓଡିଆ ବାଇବେଲ

19 ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହା ସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହା ସବୁ ସଦାପ୍ରଭୁଙ୍କ ଭଣ୍ତାରକୁ ଆସିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।”

Gade chapit la Kopi

ପବିତ୍ର ବାଇବଲ

19 ସମସ୍ତ ରୂପା, ସୁନା, ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ଓ କରେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ଓ ଏହା ସଦାପ୍ରଭୁଙ୍କ ଭଣ୍ଡାରକୁ ଗ୍ଭଲିଯିବ।”

Gade chapit la Kopi




ଯିହୋଶୂୟ 6:19
25 Referans Kwoze  

କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୁଲ୍ୟ ।


ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।


ପରେ ସେ ଭଣ୍ଡାର ସମ୍ମୁୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ । ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶି ପକାଇଲେ;


ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।


ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।


ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।


ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍‍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।


ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,


ହେ ସିୟୋନ କନ୍ୟେ, ଉଠ, ଶସ୍ୟ ମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।


ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।


ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;


ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।


ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।


ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।


ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।


ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,


ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।


ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।


ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।


Swiv nou:

Piblisite


Piblisite