Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:11 - ଓଡିଆ ବାଇବେଲ

11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ଇସ୍ରାଏଲୀୟ ଲୋକମାନେ ମୋ’ ବିରୁଦ୍ଧରେ ପାପ କରିଛନ୍ତି। ମୁଁ ସେମାନଙ୍କୁ ଯେଉଁ ନିୟମ ମାନିବାକୁ ଦେଇଥିଲି, ସେମାନେ ତାହାକୁ ଅମାନ୍ୟ କରିଛନ୍ତି। ସେମାନେ କିଛି ଜିନିଷ ଆଣିଛନ୍ତି, ଯାହାକୁ ମୁଁ ଧ୍ୱଂସ କରିବାକୁ କହିଥିଲି। ସେମାନେ ମୋ'ଠାରୁ ଏହା ଗ୍ଭେରି କରିଛନ୍ତି। ତା'ପରେ ସେମାନେ ଏହାକୁ ଅସ୍ୱୀକାର କଲେ। ଆଉ ସେଗୁଡ଼ିକୁ ନିଜର ସାମଗ୍ରୀ ସହିତ ରଖିଲେ।

Gade chapit la Kopi




ଯିହୋଶୂୟ 7:11
24 Referans Kwoze  

ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।


ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।


ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”


ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !


ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି।


ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”


ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।


କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା-ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।


ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”


ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ


“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?


ତହିଁରେ ଶାଉଲ କହିଲେ, ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।


ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।


Swiv nou:

Piblisite


Piblisite