Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:15 - ଓଡିଆ ବାଇବେଲ

15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ଵ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।”

Gade chapit la Kopi

ପବିତ୍ର ବାଇବଲ

15 ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା'ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’”

Gade chapit la Kopi




ଯିହୋଶୂୟ 7:15
11 Referans Kwoze  

ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।


ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।


ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି ? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”


ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।


ପୁଣି ଗିବୀୟାର ଲୋକମାନେ ମୋ’ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।


ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।


Swiv nou:

Piblisite


Piblisite