Biblia Todo Logo
Bib sou entènèt

- Piblisite -




ବିଳାପ 1:15 - ଓଡିଆ ବାଇବେଲ

15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋ’ ଯୁବକଗଣକୁ ଦଳି ପକାଇବା ପାଇଁ ମୋ’ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ଵାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ତରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକି ମର୍ଦ୍ଦନ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 “ସଦାପ୍ରଭୁ ମଝିରେ ଛିଡ଼ା ହୋଇଥିବା ଯୋଦ୍ଧାମାନଙ୍କୁ ପଠେଇ ଦେଇଛନ୍ତି। ସଦାପ୍ରଭୁ ମୋର ଯୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପେଷଣ କରିଅଛନ୍ତି।

Gade chapit la Kopi




ବିଳାପ 1:15
27 Referans Kwoze  

“ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ,” ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।


ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।


ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !


ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।


ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,


‘ବାବିଲର ରାଜା ନବୂଖଦ୍‍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।’


ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।


ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”


ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।


ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍‍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍‍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।


ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।


ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।


ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।


ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।


ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।


ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


Swiv nou:

Piblisite


Piblisite