Biblia Todo Logo
Bib sou entènèt

- Piblisite -




ବିଳାପ 1:3 - ଓଡିଆ ବାଇବେଲ

3 ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଦୁଃଖ ସକାଶୁ ଓ ମହାଦାସତ୍ଵ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ଦେବପୂଜକମାନଙ୍କ ମଧ୍ୟରେ ବାସ କରେ, ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାର ସଙ୍ଗ ଧରିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହୋଇଅଛି। ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।

Gade chapit la Kopi




ବିଳାପ 1:3
22 Referans Kwoze  

ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା’ନ୍ତି ନାହିଁ।


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।


ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।


ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।


ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।


ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।


ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍‍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।


ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।


ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ।


ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।


ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।


Swiv nou:

Piblisite


Piblisite