Biblia Todo Logo
Bib sou entènèt

- Piblisite -




ବିଳାପ 2:1 - ଓଡିଆ ବାଇବେଲ

1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ଵର୍ଗରୁ ପୃଥିବୀକି ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି।

Gade chapit la Kopi




ବିଳାପ 2:1
28 Referans Kwoze  

ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।


ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି ।


ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା |


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।


ଆଉ, ରେ କଫର୍ନାହୂମ ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ ।


ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !


ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।


“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ ! ବୀରମାନେ କିପରି ପତିତ ହେଲେ !


ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।


ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।


ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।


ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।


ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। [ସେଲା]


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।


ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଳାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ୍ ବୃହତ୍ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।


Swiv nou:

Piblisite


Piblisite