Biblia Todo Logo
Bib sou entènèt

- Piblisite -




ବିଳାପ 2:11 - ଓଡିଆ ବାଇବେଲ

11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ’ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ମୋର ଚକ୍ଷୁଯୁଗଳ ଲୋତକରେ ପୂର୍ଣ୍ଣ ହୁଏ ଓ ଅନ୍ତର ବ୍ୟଥିତ ହୁଏ। ମୋର ଲୋକମାନଙ୍କର ବିନାଶ ହେତୁ ମୋର ହୃଦୟ ଭୂମିରେ ଢଳା ହେଲାପରି ଅନୁଭବ କରେ, କାରଣ ନଗରର ପଥ ସମୂହରେ ବାଳକ ବାଳିକା ଓ ଦୁ‌ଗ୍‌ଧପୋଷ୍ୟ ଶିଶୁମାନେ ମୂର୍ଚ୍ଛିତ ହୋଇ ପଡ଼ିଛନ୍ତି।

Gade chapit la Kopi




ବିଳାପ 2:11
26 Referans Kwoze  

ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ’ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।


ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ’ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ’ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।


ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି।


ହାୟ, ମୋହର ପ୍ରାଣ ! ମୋହର ପ୍ରାଣ ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ’ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।


କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି ।


ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ଦେଖ, ଅତି ଦୂର ଦେଶରୁ ମୋ’ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି ? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି ? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି ?


ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।


ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।


ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।


ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।


ମୋ’ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋ’ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।


ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।


ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।


ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।


ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


Swiv nou:

Piblisite


Piblisite