Biblia Todo Logo
Bib sou entènèt

- Piblisite -




ବିଳାପ 2:12 - ଓଡିଆ ବାଇବେଲ

12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ସେମାନେ ନିଜ ନିଜ ମାତାକୁ “ଶସ୍ୟ ଓ ଦ୍ରାକ୍ଷାରସ କାହିଁ?” ଏହି କଥା ପଗ୍ଭରୁଛନ୍ତି, ଯେତେବେଳେ ସେମାନେ ମୂର୍ଚ୍ଛା ଯାଆନ୍ତି। ନଗର ଛକରେ ଘାଇଲା ଲୋକମାନଙ୍କ ପରି ଏବଂ ନିଜ ନିଜ ମା କୋଳରେ ପ୍ରାଣତ୍ୟାଗ କରନ୍ତି।

Gade chapit la Kopi




ବିଳାପ 2:12
9 Referans Kwoze  

ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ପୁଣି, ଏବେ ମୋର ପ୍ରାଣ ମୋ’ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।


ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।


ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।


ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


Swiv nou:

Piblisite


Piblisite