Biblia Todo Logo
Bib sou entènèt

- Piblisite -




ବିଳାପ 2:13 - ଓଡିଆ ବାଇବେଲ

13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି ? ମୁଁ କାହା ସହିତ ତୁମ୍ଭର ଉପମା ଦେବି ? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି ? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭ ନିକଟରେ କେଉଁ ସାକ୍ଷ୍ୟ ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ଵନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?

Gade chapit la Kopi

ପବିତ୍ର ବାଇବଲ

13 ଆଗୋ ସିୟୋନ କନ୍ୟା, ମୁଁ ତୁମ୍ଭ ଆଗରେ କି ସାକ୍ଷ୍ୟ ଦେବି? ତୁମ୍ଭକୁ କାହା ସହିତ ମୁଁ ତୁଳନା କରିବି? ଆଗୋ ସିୟୋନ କୁମାରୀ କନ୍ୟା, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ତୁମ୍ଭକୁ କାହା ସହିତ ତୁଳନା କରିବି? କାରଣ ତୁମ୍ଭର ବିନାଶ ସମୁଦ୍ର ପରି ବିସ୍ତୃତ, ତୁମ୍ଭକୁ କିଏ ସୁସ୍ଥ କରି ପାରିବା ପାଇଁ ସକ୍ଷମ ହେବ?

Gade chapit la Kopi




ବିଳାପ 2:13
14 Referans Kwoze  

ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ଗିଲୀୟଦରେ କ’ଣ ଔଷଧ ନାହିଁ ? ସେଠାରେ କ’ଣ ବୈଦ୍ୟ ନାହାନ୍ତି ? ତେବେ ମୋ’ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ ?


ତହୁଁ ଦାଉଦ ବାଲ୍‍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋ’ ସମ୍ମୁଖରେ ମୋ’ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍‍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ।


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।


ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।”


ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି ? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !


ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକସମୂହ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ୍ଗ ଦ୍ୱାରା ହତ ହୋଇଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite