Biblia Todo Logo
Bib sou entènèt

- Piblisite -




ବିଳାପ 2:18 - ଓଡିଆ ବାଇବେଲ

18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶା; ନ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭମାନଙ୍କର ହୃଦୟ ସଦାପ୍ରଭୁଙ୍କ ସମ୍ମୁଖରେ ଚିତ୍କାର କରିବା ଉଚିତ୍। ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ରି ଅଶ୍ରୁଧାରା ସ୍ରୋତ ପରି ଝରାଅ। ତୁମ୍ଭେ ଚକ୍ଷୁକୁ ବିଶ୍ରାମ ଦିଅ ନାହିଁ ଓ ତୁମ୍ଭ ଚକ୍ଷୁତାରା ସ୍ଥିର ନ ହେଉ।

Gade chapit la Kopi




ବିଳାପ 2:18
14 Referans Kwoze  

ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; “ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।


ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।


ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ’ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ’ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ’ ପ୍ରାଣ ମୂର୍ଚ୍ଛିତ ହେଲା।”


Swiv nou:

Piblisite


Piblisite