Biblia Todo Logo
Bib sou entènèt

- Piblisite -




ବିଳାପ 3:23 - ଓଡିଆ ବାଇବେଲ

23 ସେହିସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେସବୁ ପ୍ରତି ପ୍ରଭାତରେ ନୂତନ; ତୁମ୍ଭର ବିଶ୍ଵସ୍ତତା ମହତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।

Gade chapit la Kopi

ପବିତ୍ର ବାଇବଲ

23 ତାହା ପ୍ରତି ପ୍ରଭାତରେ ନୂତନ ହୋଇଥାଏ ଓ ସଦାପ୍ରଭୁଙ୍କର ବିଶ୍ୱସ୍ତତା ମହାନ ଅଟେ।

Gade chapit la Kopi




ବିଳାପ 3:23
12 Referans Kwoze  

ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;


କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।


ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ।


ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।


ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।


ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।


ଈଶ୍ୱରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।


Swiv nou:

Piblisite


Piblisite