ବିଳାପ 3:25 - ଓଡିଆ ବାଇବେଲ25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ଵେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି। Gade chapit laପବିତ୍ର ବାଇବଲ25 ଯେଉଁମାନେ ସଦାପ୍ରଭୁଙ୍କ ଉପରେ ସେମାନଙ୍କର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦୟ ତାଙ୍କୁ ଖୋଜେ, ସେମାନଙ୍କ ପ୍ରତି ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି। Gade chapit la |
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।