Biblia Todo Logo
Bib sou entènèt

- Piblisite -




ବିଳାପ 3:3 - ଓଡିଆ ବାଇବେଲ

3 ସେ ନିଶ୍ଚୟ ମୋ’ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନଯାକ ଆପଣା ହସ୍ତ ପୁନଃ ପୁନଃ ଫେରାଉଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ଦିନସାରା ମୋ’ ବିରୁଦ୍ଧରେ ଆପଣା ହସ୍ତ ପୁନଃ ପୁନଃ ଫେରାଇ ଅଛନ୍ତି।

Gade chapit la Kopi




ବିଳାପ 3:3
10 Referans Kwoze  

ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;


ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;


ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।


କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।


କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋ’ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।


ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋ’ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।


ହେ ମୋହର ମିତ୍ରମାନେ, ମୋ’ ପ୍ରତି ଦୟା କର, ମୋ’ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।


Swiv nou:

Piblisite


Piblisite