Biblia Todo Logo
Bib sou entènèt

- Piblisite -




ବିଳାପ 3:30 - ଓଡିଆ ବାଇବେଲ

30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।ଣ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।

Gade chapit la Kopi

ପବିତ୍ର ବାଇବଲ

30 ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦେଖାଇ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତୋଷ ପାଇବା ପାଇଁ ଅନୁରୋଧ କରୁ।

Gade chapit la Kopi




ବିଳାପ 3:30
11 Referans Kwoze  

ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


ସେମାନେ ମୋ’ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍‍କାରପୂର୍ବକ ମୋ’ ଗାଲରେ ମାରିଅଛନ୍ତି; ସେମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।


ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ ।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ ।


ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ ।


ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।


ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।


ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି।


ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ’ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ’ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।


Swiv nou:

Piblisite


Piblisite