Biblia Todo Logo
Bib sou entènèt

- Piblisite -




ବିଳାପ 3:40 - ଓଡିଆ ବାଇବେଲ

40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।

Gade chapit la Kopi

ପବିତ୍ର ବାଇବଲ

40 ଆମ୍ଭେମାନେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫେରିବା।

Gade chapit la Kopi




ବିଳାପ 3:40
22 Referans Kwoze  

ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ ।


ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।


ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]


ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।


ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ ।


କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ ।


ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।


ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”


ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।


କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ୱରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି ।


ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।


ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


Swiv nou:

Piblisite


Piblisite