Biblia Todo Logo
Bib sou entènèt

- Piblisite -




ବିଳାପ 3:48 - ଓଡିଆ ବାଇବେଲ

48 ମୋ’ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।

Gade chapit la Kopi

ପବିତ୍ର ବାଇବଲ

48 ମୋର ଲୋକମାନଙ୍କର ବିନାଶ ଦେଖି ମୋର ଚକ୍ଷୁରୁ ଝରଣା ସଦୃଶ ଲୋତକ ବହୁଅଛି।

Gade chapit la Kopi




ବିଳାପ 3:48
11 Referans Kwoze  

ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ’ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।


ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ’ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ’ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।


ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।”


ହାୟ, ମୋହର ପ୍ରାଣ ! ମୋହର ପ୍ରାଣ ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ’ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


Swiv nou:

Piblisite


Piblisite