Biblia Todo Logo
Bib sou entènèt

- Piblisite -




ବିଳାପ 3:59 - ଓଡିଆ ବାଇବେଲ

59 ହେ ସଦାପ୍ରଭୁ, ମୋ’ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।

Gade chapit la Kopi

ପବିତ୍ର ବାଇବଲ

59 ହେ ସଦାପ୍ରଭୁ, ମୋ’ ପ୍ରତି ହୋଇଥିବା ଅନ୍ୟାୟ ତୁମ୍ଭେ ଦେଖିଅଛ, ତୁମ୍ଭେ ତାହାର ବିଗ୍ଭର କର।

Gade chapit la Kopi




ବିଳାପ 3:59
16 Referans Kwoze  

ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।


ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


ସଦାପ୍ରଭୁ, ଯେଉଁମାନେ ମୋ’ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋ’ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।


ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।


କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।


ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”


ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।


ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।


ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।


ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।


Swiv nou:

Piblisite


Piblisite