Biblia Todo Logo
Bib sou entènèt

- Piblisite -




ବିଳାପ 4:1 - ଓଡିଆ ବାଇବେଲ

1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟ; ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛିଣ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ତର ମୁଣ୍ତରେ ନିକ୍ଷିପ୍ତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

1 ଦେଖ, ସୁବର୍ଣ୍ଣ କିପରି ମଳିନ ହୋଇଅଛି। ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତାରେ ବିକ୍ଷିପ୍ତ ହୋଇ ପଡ଼ିଅଛି।

Gade chapit la Kopi




ବିଳାପ 4:1
11 Referans Kwoze  

ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।


ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।


ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !


ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।


“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,”


ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।


Swiv nou:

Piblisite


Piblisite