Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 10:7 - ଓଡିଆ ବାଇବେଲ

7 ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ତୁମ୍ଭେମାନେ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ-ତୈଳ ଅଛି। ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।

Gade chapit la Kopi

ପବିତ୍ର ବାଇବଲ

7 ଆଉ ତୁମ୍ଭେ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତେଣୁ ହାରୋଣ, ଇଲିୟାସର ଓ ଈଥାମର ମୋଶାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।

Gade chapit la Kopi




ଲେବୀୟ ପୁସ୍ତକ 10:7
12 Referans Kwoze  

ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।


ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ୱର;


ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।


ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହା ସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।


ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।


ମାତ୍ର ସେ ତାହାଙ୍କୁ କହିଲେ, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ୱରଙ୍କ ରାଜ୍ୟ ପ୍ରଚାର କର ।


ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।


ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ,


ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


Swiv nou:

Piblisite


Piblisite