Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:13 - ଓଡିଆ ବାଇବେଲ

13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ପକ୍ଷୀଗଣ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋ ଓ ହାଡ଼ଭଙ୍ଗା ଓ ବହୀରି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,

Gade chapit la Kopi

ପବିତ୍ର ବାଇବଲ

13 “ପକ୍ଷୀମାନଙ୍କ ମଧ୍ୟରୁ ଯେଉଁମାନେ ଘୃଣାଯୋଗ୍ୟ ଓ ଭୋଜନଯୋଗ୍ୟ ନୁହନ୍ତି, ସେମାନେ ହେଲେ ଛଞ୍ଚାଣ, ଶାଗୁଣା ଓ ବାଜପକ୍ଷୀ।

Gade chapit la Kopi




ଲେବୀୟ ପୁସ୍ତକ 11:13
18 Referans Kwoze  

କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।


ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ ।


ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି।


“ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।


ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।”


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ ! ଆମ୍ଭେମାନେ ବିନଷ୍ଟ ହେଲୁ।


ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ ?


କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;


ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।


ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।


ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,


ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।


Swiv nou:

Piblisite


Piblisite