Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 12:8 - ଓଡିଆ ବାଇବେଲ

8 ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଯେବେ ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ, ତହିଁରୁ ଗୋଟିକି ହୋମାର୍ଥେ ଓ ଅନ୍ୟଟିକି ପାପାର୍ଥେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”

Gade chapit la Kopi




ଲେବୀୟ ପୁସ୍ତକ 12:8
14 Referans Kwoze  

ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।


ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।


ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।


ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।


ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।


ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;


ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।


ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।


Swiv nou:

Piblisite


Piblisite