Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:6 - ଓଡିଆ ବାଇବେଲ

6 ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକି ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକି ଓ ସେହି ସବୁ ଡୁବାଇବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ସେ ସେହି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନେଇ ସେହି ସ୍ରୋତଜଳ ଉପରେ ବଧ କରାଯାଇଥିବା ପକ୍ଷୀର ରକ୍ତରେ ସେହିସବୁକୁ ବଡ଼ାଇବ।

Gade chapit la Kopi




ଲେବୀୟ ପୁସ୍ତକ 14:6
13 Referans Kwoze  

ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ୱରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ।


ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।


ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ ।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।


ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।


ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।


ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;


Swiv nou:

Piblisite


Piblisite