Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:12 - ଓଡିଆ ବାଇବେଲ

12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ଵଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।

Gade chapit la Kopi

ପବିତ୍ର ବାଇବଲ

12 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଉହ୍ମେଇରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧିଧୂପ ନେଇ ବିଚ୍ଛେଦ ବସ୍ତ୍ରରେ ଭିତରକୁ ଯିବ।

Gade chapit la Kopi




ଲେବୀୟ ପୁସ୍ତକ 16:12
13 Referans Kwoze  

ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”


ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।


ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।


ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।


କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ ।


ପରେ ସେହି ଦୂତ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ । ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳୀ ଓ ଭୂମିକମ୍ପ ହେଲା ।


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


Swiv nou:

Piblisite


Piblisite