Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:13 - ଓଡିଆ ବାଇବେଲ

13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ଧୂପର ଧୂମ-ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦେବା ଉଚିତ୍। ତାହାଦ୍ୱାରା ନିୟମ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 16:13
16 Referans Kwoze  

ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।


ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍‍ କାଷ୍ଠର ଏକ ବେଦି ନିର୍ମାଣ କରିବ।


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି ।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”


ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।


ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”


ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।


ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


Swiv nou:

Piblisite


Piblisite