Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:16 - ଓଡିଆ ବାଇବେଲ

16 ପୁଣି, ଇସ୍ରାଏଲ ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୌଚ ଓ ସେମାନଙ୍କ ଅଧର୍ମ, ଅର୍ଥାତ୍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରଇ ଯେଉଁ ସମାଗମ-ତମ୍ଵୁ, ତାହା ନିମନ୍ତେ ସେହି ପ୍ରକାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।

Gade chapit la Kopi

ପବିତ୍ର ବାଇବଲ

16 ଏହିରୂପେ ହାରୋଣ ମହାପବିତ୍ର ସ୍ଥାନକୁ ଶୌଚ କରିବ। ଇସ୍ରାଏଲ ଲୋକମାନଙ୍କ ଅଶୌଚ ଓ ପାପ ପାଇଁ ସେ ପ୍ରାୟଶ୍ଚିତ କରିବ। ହାରୋଣ ସମାଗମ-ତମ୍ବୁ ପାଇଁ ସେହିପରି କରିବ, କାରଣ ଏହା ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରେ।

Gade chapit la Kopi




ଲେବୀୟ ପୁସ୍ତକ 16:16
12 Referans Kwoze  

ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।


ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।


ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,


“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।


ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।


ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।


Swiv nou:

Piblisite


Piblisite