Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:5 - ଓଡିଆ ବାଇବେଲ

5 ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।

Gade chapit la Kopi

ପବିତ୍ର ବାଇବଲ

5 “ପୁଣି ହାରୋଣ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହୋମବଳି ପାଇଁ ଏକ ମେଷ ନେବ।

Gade chapit la Kopi




ଲେବୀୟ ପୁସ୍ତକ 16:5
14 Referans Kwoze  

ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।


ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।


ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।


“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।


ଆଉ ଯଦି ସେ ମେଷ କି ଛାଗପଲରୁ ହୋମ ବଳି ଉତ୍ସର୍ଗ କରେ,


ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।


Swiv nou:

Piblisite


Piblisite