Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 17:13 - ଓଡିଆ ବାଇବେଲ

13 ଆଉ, ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ମୃଗୟାରେ କୌଣସି ଖାଦ୍ୟ-ପଶୁକୁ ବା ପକ୍ଷୀକି ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।

Gade chapit la Kopi

ପବିତ୍ର ବାଇବଲ

13 “ଆଉ କୌଣସି ଇସ୍ରାଏଲୀୟ ହେଉ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ହେଉ, ଯଦି ମୃଗୟା କରି କୌଣସି ପଶୁ ବା ପକ୍ଷୀକୁ ଖାଦ୍ୟ ପାଇଁ ବଧ କରେ, ତେବେ ସେ ତାହାର ରକ୍ତ ଭୁମିରେ ଢାଳି ଧୂଳିରେ ଢାଙ୍କିବ।

Gade chapit la Kopi




ଲେବୀୟ ପୁସ୍ତକ 17:13
9 Referans Kwoze  

କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।


କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;


କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।


ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।


ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।


ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ।


ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।


ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।


Swiv nou:

Piblisite


Piblisite