Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:11 - ଓଡିଆ ବାଇବେଲ

11 ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 “ତୁମ୍ଭେମାନେ ଗ୍ଭେରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ୟା କହିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 19:11
28 Referans Kwoze  

ତୁମ୍ଭେ ଚୋରି କରିବ ନାହିଁ।


ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ ଓ


ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ ।


ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।


ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।''


କିଅବା ତୁମ୍ଭେ ଚୋରି କରିବ ନାହିଁ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।


ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ ।


ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”


ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇ ଗୁଣ ଦେବ।


ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।


ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।


ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।


ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


ତୁମ୍ଭେ ମିଥ୍ୟାପବାଦ ଉତ୍‍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍‍ ଓ ଯୋନାଥନ କାହାନ୍ତି ?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ।


ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।


Swiv nou:

Piblisite


Piblisite