Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:18 - ଓଡିଆ ବାଇବେଲ

18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ଵେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।

Gade chapit la Kopi




ଲେବୀୟ ପୁସ୍ତକ 19:18
30 Referans Kwoze  

କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।


କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, "ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।''


ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର ।


ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ୱରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, "ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା' ।


ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;


କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହି ସବୁ ପରିତ୍ୟାଗ କର ।


ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ;


ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


କାରଣ 'ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,'ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, 'ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ' ।


ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ?


କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ୱରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ୱରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି ।


ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”


ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।


ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।


ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।


ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ ।


ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;


ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।


କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।


Swiv nou:

Piblisite


Piblisite