Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:2 - ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯେବେ ଆପଣା ବଂଶର କାହାକୁ ମୋଲକ୍-ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ତ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।

Gade chapit la Kopi

ପବିତ୍ର ବାଇବଲ

2 “ଆଉ ମଧ୍ୟ ତୁମ୍ଭ ଇସ୍ରାଏଲ ସନ୍ତାନଗଣଙ୍କୁ କହିବ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କେହି ହେଉ କିମ୍ବା ସେମାନଙ୍କ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ୟରୁ କେହି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାକୁ ପଥର ମାରି ହତ୍ୟା କରିବେ।

Gade chapit la Kopi




ଲେବୀୟ ପୁସ୍ତକ 20:2
33 Referans Kwoze  

ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କଲେ।


“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।


ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”


ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୁର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ । ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି ।


କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।


କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।


ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।


ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।


ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’


ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।


ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।


ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।


ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।


ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,


ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।


ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।


ଆଉ, ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।


ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ


ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


Swiv nou:

Piblisite


Piblisite