Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:22 - ଓଡିଆ ବାଇବେଲ

22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍‍ଗାର କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 “ଏଣୁ ତୁମ୍ଭେମାନେ ଆମ୍ଭର ସମସ୍ତ ବ୍ୟବସ୍ଥା ଓ ବିଧି ମାନ୍ୟ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶରେ ବାସ କରିବାକୁ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉ‌ଦ୍‌ଗାର କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 20:22
20 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍‍।


ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; “ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।


ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ’ ଅନ୍ତଃକରଣ ସିଦ୍ଧ ହେଉ। କଫ୍‍।


ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋ’ ପ୍ରାଣ କ୍ଷୀଣ ହୁଏ।


ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।


ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।


ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।


ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।


ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।


ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”


ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା-


ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।


ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।


Swiv nou:

Piblisite


Piblisite