Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:23 - ଓଡିଆ ବାଇବେଲ

23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚାର ଅନୁସାରେ ତୁମ୍ଭେମାନେ ଚଳିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଣୁକରି ଆମ୍ଭେ ସେମାନଙ୍କୁ ଘୃଣା କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।

Gade chapit la Kopi

ପବିତ୍ର ବାଇବଲ

23 ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ତଡ଼ି ଦେଉଛୁ, ସେମାନଙ୍କ ଆଚରଣ ତୁମ୍ଭେମାନେ କରିବ ନାହିଁ। କାରଣ ସେମାନେ ସେହିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।

Gade chapit la Kopi




ଲେବୀୟ ପୁସ୍ତକ 20:23
11 Referans Kwoze  

ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।


ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।


କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।


ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;


ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍‍ଗାର କରୁଅଛି।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


Swiv nou:

Piblisite


Piblisite