Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:5 - ଓଡିଆ ବାଇବେଲ

5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଆମ୍ଭେ ସେହି ଲୋକ ବିରୁଦ୍ଧରେ ଓ ତାହାର ବଂଶ ବିରୁଦ୍ଧରେ ଆପଣା ମୁଖ ରଖିବା; ପୁଣି, ତାହାକୁ ଓ ମୋଲକ୍-ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକଗଣ ମଧ୍ୟରୁ ଉଚ୍ଛିନ୍ନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ

5 ତେବେ ମୁଁ ସେହି ଲୋକ ବିରୁଦ୍ଧରେ ଓ ତା'ର ବଂଶ ବିରୁଦ୍ଧରେ ଯିବି, ସେମାନଙ୍କର ମୋଲକ୍ ଦେବତା ସହିତ ଜଡ଼ିତ ହେବା କାରଣରୁ, ତା'ର ଦେଶବାସୀଠାରୁ ତାକୁ ଓ ତା'ର ଅନୁସରଣକାରୀମାନଙ୍କୁ ଦୂରେଇ ରଖିବି।

Gade chapit la Kopi




ଲେବୀୟ ପୁସ୍ତକ 20:5
13 Referans Kwoze  

ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।


ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”


ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।


ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;


ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,


ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।


ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି : “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।


Swiv nou:

Piblisite


Piblisite