Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:15 - ଓଡିଆ ବାଇବେଲ

15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”

Gade chapit la Kopi

ପବିତ୍ର ବାଇବଲ

15 ଆଉ ସେ ନିଜ ଲୋକମାନଙ୍କ ମଧ୍ୟରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”

Gade chapit la Kopi




ଲେବୀୟ ପୁସ୍ତକ 21:15
16 Referans Kwoze  

କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ବାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ବାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅପବିତ୍ର ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର ।


ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର ।


ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ।ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।


ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।


କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”


ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।


ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କ'ଣ ଶ୍ରେଷ୍ଠ ?


ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”


Swiv nou:

Piblisite


Piblisite