Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:25 - ଓଡିଆ ବାଇବେଲ

25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ଵରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କ-ଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

25 “ବିଦେଶରୁ ଆସିଥିବା କୌଣସି ପଶୁକୁ ପରମେଶ୍ୱରଙ୍କ ନିକଟରେ ବଳିଦାନ କରିବ ନାହିଁ, କାରଣ ସେଗୁଡ଼ିକ ଆଘାତପ୍ରାପ୍ତ ହୋଇଥାଇ ପାରନ୍ତି କିମ୍ବା ସେମାନଙ୍କଠାରେ ଖୁଣ ଥାଇପାରେ। ତେଣୁ ସେଗୁଡ଼ିକ ଗ୍ରାହ୍ୟ ହେବ ନାହିଁ।”

Gade chapit la Kopi




ଲେବୀୟ ପୁସ୍ତକ 22:25
12 Referans Kwoze  

ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।


ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।


ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର ।


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,


କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।


Swiv nou:

Piblisite


Piblisite