Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 24:9 - ଓଡିଆ ବାଇବେଲ

9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”

Gade chapit la Kopi

ପବିତ୍ର ବାଇବଲ

9 ସେହି ରୋଟୀ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କର ହେବ। ଆଉ ସେମାନେ ସେହି ରୋଟୀକୁ ଏକ ପବିତ୍ର ସ୍ଥାନରେ ଭକ୍ଷ୍ୟଣ କରିବା ଉଚିତ୍। କାରଣ ସେଗୁଡ଼ିକ ସଦାପ୍ରଭୁଙ୍କ ନୈବେଦ୍ୟର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସେମାନଙ୍କର ଅଂଶ ହେବ।”

Gade chapit la Kopi




ଲେବୀୟ ପୁସ୍ତକ 24:9
17 Referans Kwoze  

ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।


ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ ।


ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମମାନଙ୍କୁ ମଧ୍ୟ ଦେଇଥିଲେ ।"


ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ?


“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।


ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।


ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।


ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ।


ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।


ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”


ଏଥିଉତ୍ତାରେ ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”


“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।


ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ।


ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;


Swiv nou:

Piblisite


Piblisite