Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:2 - ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।

Gade chapit la Kopi

ପବିତ୍ର ବାଇବଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ କରିବ।

Gade chapit la Kopi




ଲେବୀୟ ପୁସ୍ତକ 25:2
14 Referans Kwoze  

ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।


ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।


ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”


ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”


“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।”


ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।


ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”


“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;


‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,


ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।


Swiv nou:

Piblisite


Piblisite