Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:1 - ଓଡିଆ ବାଇବେଲ

1 “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ , କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ

1 “ତୁମ୍ଭେମାନେ ନିଜ ପାଇଁ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ। କିମ୍ବା ନିଜ ପାଇଁ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ, ଆଉ ତାହା ନିକଟରେ ଦଣ୍ତ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶର କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 26:1
30 Referans Kwoze  

ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍‍’ (ଏହିପରି ହେଉ)।


ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।


ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।


ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।


ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ ।


ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।


ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;


ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


କାରଣ ଇସ୍ରାଏଲ ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।


କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।


ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।


ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।


ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।


ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତିମାନ ସ୍ଥାପନ କଲେ।


ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।


Swiv nou:

Piblisite


Piblisite